BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଓଡ଼ିଆ ଅସ୍ମିତା ଓ ସ୍ଵାଭିମାନର ପ୍ରତୀକ ଉତ୍କଳଗୌରବ ମଧୁସୂଦନ ଦାସ

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧଦିବସ ଅବସରରେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର:  ଓଡ଼ିଆ ଅସ୍ମିତା ଓ ସ୍ଵାଭିମାନର ପ୍ରତୀକ ଉତ୍କଳଗୌରବ ମଧୁସୂଦନ ଦାସ ଥିଲେ ଓଡ଼ିଆ ଜାତୀୟତାର ଜନକ ତଥା ନବଜାଗରଣର ପ୍ରବର୍ତ୍ତକ । ତାଙ୍କରି ଉତ୍ସର୍ଗୀକୃତ କାର୍ଯ୍ୟ ଯୋଗୁଁ ଭାଷାଭିଭିରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସମ୍ଭବ ହୋଇଥିଲା । ଧୈର୍ଯ୍ୟ-ସହିଷ୍ଣୁତା, ସଂଗ୍ରାମ-ସାଧନାକୁ ପାଥେୟ କରି ଜାତିପ୍ରେମ ବହ୍ନି ପ୍ରଜ୍ଵଳିତପୂର୍ବକ ଓଡ଼ିଆ ଜାତିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ମଧୁବାବୁ ସଦା ଚେଷ୍ଟିତ ଥିଲେ । ସମାଜ, ସାହିତ୍ୟ, ଶିକ୍ଷା, ଅର୍ଥନୀତି ଓ ରାଜନୀତି ଆଦି ବିଭିନ୍ନ କ୍ଷେତ୍ରରେ ଏହି ଜନନାୟକଙ୍କର ପ୍ରେରଣା ଉତ୍କଳୀୟ ଜୀବନରେ ନବସୂର୍ଯ୍ୟୋଦୟ ସମ୍ଭବ କରାଇଥିଲା । ଯଥାର୍ଥରେ ଉତ୍କଳ ମାଟିର ଯୋଗ୍ୟତମ ସନ୍ତାନ, ଉତ୍କଳୀୟ ଜାତୀୟତାର ମନ୍ତ୍ରଦାତା, ଶତାବ୍ଦୀର ସୂର୍ଯ୍ୟ ଉତ୍କଳଗୌରବ ମଧୁସୂଦନ ଦାସ ପ୍ରତ୍ୟେକ ଓଡ଼ିଆ ପାଇଁ ଚିରବନ୍ଦନୀୟ ।

ଏହି ଅବସରରେ ଭୁବନେଶ୍ବରସ୍ଥିତ ଲୋକଭବନ ଛକରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧଦିବସ ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ବିଭାଗ ପକ୍ଷରୁ ପ୍ରତିମୂର୍ତ୍ତି ସ୍ଥଳରେ ଆକର୍ଷଣୀୟ ସାଜସଜ୍ଜା କରାଯାଇଛି। ବିଭାଗର ନିର୍ଦ୍ଦେଶକ ବୈଷୟିକ ଶ୍ରୀ ଗୁରୁବୀର ସିଂ, ଉପନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ସହକାରୀ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ପ୍ରମୋଦିନୀ ଟେଟେ, ଲୋକସମ୍ପର୍କ ଅଧିକାରୀ ଶ୍ରୀ ଏମ୍. ଅଭିଷେକ ତଥା ଅନ୍ୟାନ୍ୟ ବରେଣ୍ୟ ଅତିଥିମାନେ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ନିବେଦନ କରିଥିଲେ।