BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ପାଲା ଓ ଦାସକାଠିଆ ଓଡ଼ିଆ ସଂସ୍କୃତି ଓ ଓଡ଼ିଆ ଅସ୍ମିତାର ଏକ ଅବିଚ୍ଛେଦ୍ୟ ଅଂଶ

ଭଞ୍ଜକଳା ମଣ୍ଡପରେ ରାଜ୍ୟସ୍ତରୀୟ ପାଲା ଓ ଦାସକାଠିଆ ଉତ୍ସବ ଆରମ୍ଭ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ରାଜ୍ୟସ୍ତରୀୟ ପାଲା ଓ ଦାସକାଠିଆ ଉତ୍ସବ ଭୁବନେଶ୍ୱର ସ୍ଥିତ ଭଞ୍ଜକଳା ମଣ୍ଡପ ଠାରେ ଆରମ୍ଭ ହୋଇଯାଇଛି।

ଉଦ୍‌ଘାଟନୀ ସନ୍ଧ୍ୟାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପନିର୍ଦ୍ଦେଶକ ଦେବଯାନୀ ଭୂୟାଁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଶ୍ରୀମତୀ ଭୂୟାଁ ପାଲା ଓ ଦାସକାଠିଆର ସମୃଦ୍ଧ ଇତିହାସ ଓ ସାମ୍ପ୍ରତିକ ସମୟରେ ଏହାର ଭୂମିକା ସମ୍ପର୍କରେ ଆଲୋକପାତ କରିବା ସହ ପାଲା ଓ ଦାସକାଠିଆ ଓଡ଼ିଆ ସଂସ୍କୃତି ଓ ଓଡ଼ିଆ ଅସ୍ମିତାର ଏକ ଅବିଚ୍ଛେଦ୍ୟ ଅଂଶ ବୋଲି ମତପ୍ରକାଶ କରିଥିଲେ।

ଉଦ୍‌ଘାଟନୀ ସମାରୋହରେ ପୁରୀ ଜିଲ୍ଲାର ଡ଼ ଲମ୍ବୋଦର ବେହେରା ଓ ସାଥୀ, ଖୋର୍ଦ୍ଧା ଜିଲ୍ଲାର ଦଣ୍ଡପାଣି ବାରିକ ଓ ସାଥୀ, କଟକ ଜିଲ୍ଲାର ସନ୍ତୋଷ କୁମାର ପଟ୍ଟନାୟକ ଓ ସାଥୀ, ଜଗତସିଂହପୁର ଜିଲ୍ଲାର ପ୍ରସନ୍ନ କୁମାର ପଟ୍ଟନାୟକ ଓ ସାଥୀ ଏବଂ ଗୌରୀବାଳା ସ୍ୱାଇଁ ଓ ସାଥୀ ପାଲା ଏବଂ ଗଞ୍ଜାମ ଜିଲ୍ଲାର ଗାୟକ ସୁଧାକର ବାଳକୃଷ୍ଣ ମିଶ୍ର ଓ ସାଥୀ ଦାସକାଠିଆ ପରିବେଷଣ କରିଥିଲେ।

କାର୍ଯ୍ୟକ୍ରମରେ ମଦନ ମୋହନ ଜେନା, ସଭାପତି, ନୀଳାଚଳ ନିଖିଳୋତ୍କଳ ପାଲାଗାୟକ ପରିଷଦ, ଓଡିଶା, ବସନ୍ତ କୁମାର ରାଉତ, ସାଧାରଣ ସମ୍ପାଦକ, ନୀଳାଚଳ ନିଖିଳୋତ୍କଳ ପାଲାଗାୟକ ପରିଷଦ ଏବଂ ଯୁଧିଷ୍ଠିର ପରିଜା, ରାଜ୍ୟ ପାଲାଗାୟକ ପରିଷଦ ଟ୍ରଷ୍ଟବୋର୍ଡ (କଲ୍ୟାଣ ପାଣ୍ଠି)ର ଅଧ୍ୟକ୍ଷ ପ୍ରମୁଖ ଉପସ୍ଥିତ ଥିଲେ।