BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଦୀର୍ଘ ୬ ଦଶନ୍ଧି ଧରି ଓଡ଼ିଶାର ରାଜନୀତି, ଅର୍ଥନୀତି, ସାଂସ୍କୃତିକ ଜାଗରଣ ସହିତ ଓତପ୍ରୋତ ଭାବେ ଜଡିତ ଥିଲେ ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧଦିବସ ପାଳିତ ବିଜୁବାବୁ

ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧଦିବସ ପାଳିତ

ଭୁବନେଶ୍ୱର : ସ୍ଥାନୀୟ ଜୟଦେବ ଭବନଠାରେ ମହାନ ଜନନାୟକ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଉପନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଲୋକସମ୍ପର୍କ ଅଧିକାରୀ ଶ୍ରୀ ପଠାଣି ରାଉତ ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ବିଜୁବାବୁଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

ଏହି ଅବସରରେ ‘କଳିଙ୍ଗ ଭାରତୀ ଲୋକନୃତ୍ୟ ଏବଂ ସଂଗୀତ ଗବେଷଣା କେନ୍ଦ୍ର’ର ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ଗୁରୁ  ବିଜୟ କୁମାର ଜେନା, ହରପ୍ରିୟା ସ୍ୱାଇଁ, ସୁଶାନ୍ତ ପଣ୍ଡା, ରଶ୍ମିତା ଦାଶ, ଅନିରୁଦ୍ଧ ପାଣି, ବସୁନ୍ଧରା ପରିଡ଼ା ଏବଂ ଦିବ୍ୟ ଶଙ୍କର ପାଲ ଭକ୍ତି ସଂଗୀତ ପରିବେଷଣ କରିଥିଲେ । ଏହି ଅବସରରେ କଣ୍ଠଶିଳ୍ପୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ବିଜୁବାବୁ ଦୀର୍ଘ ୬ ଦଶନ୍ଧି ଧରି ଓଡ଼ିଶାର ରାଜନୀତି, ଅର୍ଥନୀତି, ସାଂସ୍କୃତିକ ଜାଗରଣ ସହିତ ଓତପ୍ରୋତ ଭାବେ ଜଡିତ ଥିଲେ । ଜୀବିତାବସ୍ଥାରେ ସେ ଥିଲେ ଯେତିକି ଚର୍ଚ୍ଚିତ, ଆଜି ଅବର୍ତ୍ତମାନରେ ମଧ୍ୟ ତାଙ୍କ କୃତି ଓ କୃତିତ୍ୱ ପାଇଁ ସେତିକି ପରିମାଣରେ ଆଜିର ପିଢି ପାଖରେ ପ୍ରେରଣାର ସ୍ରୋତ ହୋଇ ରହିଛନ୍ତି ।

ବିଧାନସଭା ପରିସରରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା । ଏହି ଅବସରରେ ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ମୁଖ୍ୟ ସଚେତକ ସରୋଜ ପ୍ରଧାନ, ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ, ପ୍ରତାପ ଦେବ, ବିଧାୟକ ବାବୁ ସିଂ, ଉତ୍କଳ ସମ୍ମିଳନୀର ସଦସ୍ୟବୃନ୍ଦ, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ପ୍ରମୁଖ ଉପସ୍ଥିତ ରହି ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।