BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଏପ୍ରିଲ ୨୩ରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି, ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

  • ଏପ୍ରେଲ ୨୩ରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ  ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ ରହିବ
  • ଗ୍ରୀଷ୍ମପ୍ରବାହ ପାଇଁ ଏପ୍ରିଲ ୨୩ ରୁ କଲେଜ ଗୁଡିକ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ବନ୍ଦ ରହିବ, ନିୟମିତ ପରୀକ୍ଷା ଚାଲିବ
ଭୁବନେଶ୍ବର: ଏପ୍ରିଲ ୨୩ ତଥା ବୁଧବାର ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା।  ଏପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂପର୍କରେ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ ଅଙ୍ଗନବାଡି କେନ୍ଦ୍ର, ଶିଶୁବାଟିକା ଠାରୁ  ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ  ବନ୍ଦ ରହିବ।
ସୂଚନାଯୋଗ୍ୟ ଯେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲା ମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ ଯେ ଉଭୟ ସରକାରୀ ଓ ବେସରକାରୀ କଲେଜ ପିଲାମାନଙ୍କ ପାଇଁ ରାଜ୍ୟ ସରକାର ଏପ୍ରେଲ ୨୩ ତାରିଖ ଠାରୁ ଅନ୍ୟାଦେଶ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି । ତେବେ, ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ଗୁଡିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ଏବଂ ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହିତ ହଷ୍ଟେଲ ପିଲାମାନେ ଚାହିଁଲେ, ଏହି ଛୁଟି ସମୟରେ ହଷ୍ଟେଲରେ ରହିପାରିବେ।
ଏହି ସମୀକ୍ଷା ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବିଦ୍ୟାଳୟ ଓ ଗଣଶିକ୍ଷା ତଥା ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବନିକୁଞ୍ଜ ବିହାରୀ ଧଳ,  ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଂଜନ କୁମାର ସିଂହ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।