BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ନବନିଯୁକ୍ତ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ରାଜ୍ୟ ସୂଚନା ଆୟୁକ୍ତଙ୍କ ଶପଥ ଗ୍ରହଣ

ଭୁବନେଶ୍ୱର: ନବନିଯୁକ୍ତ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ୩ଜଣ ରାଜ୍ୟ ସୂଚନା ଆୟୁକ୍ତ ଶପଥ ଗ୍ରହଣ କରିଛନ୍ତି। ଆଜି ରାଜଭବନର ଅଭିଷେକ ହଲ୍ ଠାରେ ଏହି ଉପଲକ୍ଷେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶ୍ରୀ ମନୋଜ କୁମାର ପରିଡ଼ା, ରାଜ୍ୟ ସୂଚନା ଆୟୁକ୍ତଭାବେ ଶ୍ରୀ ପ୍ରାଣବିନ୍ଦୁ ଆଚାର୍ଯ୍ୟ, ଶ୍ରୀ ପବିତ୍ର ମଣ୍ଡଳ ଏବଂ ଶ୍ରୀମତୀ କଳ୍ପନା ପଟ୍ଟନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ।

ପ୍ରାରମ୍ଭରେ ରାଜ୍ୟପାଳଙ୍କ ଅନୁମତି ପ୍ରାପ୍ତ ପରେ ସୂଚନା ଓ ଲୋକ ସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ରାଜ୍ୟ ସୂଚନା ଆୟୁକ୍ତଙ୍କ ନିଯୁକ୍ତି ଆଜ୍ଞାପତ୍ର ପାଠ କରିଥିଲେ। ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ କାରିଗରୀ ବିଭାଗ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ବିଧାନସଭାର ସରକାରୀ ଦଳ ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ରାଜ୍ୟ ମାନବିକ ଅଧିକାର ଆୟୋଗର ଅଧ୍ୟକ୍ଷ ଶ୍ରୀ ଜଷ୍ଟିସ୍ ଶତ୍ରୁଘନ ପୂଜାହାରୀ, ରାଜ୍ୟ ସୂଚନା ଆୟୁକ୍ତ ଶ୍ରୀ ସୁଶାନ୍ତ କୁମାର ମହାନ୍ତି, ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଏନ୍.ବି.ଏସ୍ ରାଜପୁତ, ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଦେବ ପ୍ରସାଦ ଦାଶ, ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ଗୁର୍ବୀର ସିଂହଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।