BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ସଡକ ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ

ଟାଙ୍ଗୀ: ରାସ୍ତାରେ ବାଇକ ଚଳାଇ ଯାଉଥିବା ସମୟରେ ଘଟିଲା ଅଘଟଣ, ଚାଲିଗଲା ଜୀବନ । ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ସାହିର ବାସିନ୍ଦା ୨୪ ବର୍ଷିୟ ଉପେନ୍ଦ୍ର ବେହେରା ବୁଧବାର ଯାତ୍ରା ଦେଖିବାକୁ ଯିବା ବେଳେ ସଡକ ଦୁର୍ଘଟଣାରେ ପ୍ରାଣ ହାରାଇଛନ୍ତି। ଘଟଣା ୧୬ ନମ୍ବର ଜାତୀୟ ରାଜପଥର ଉଗ୍ରତାରା ଛକ ନିକଟରେ ଘଟିଛି।

ଖବର ଅନୁଯାୟୀ, ରାସ୍ତା କଡ଼ାରେ ଅବ୍ୟବସ୍ଥିତ ଭାବରେ ରଖାଯାଇଥିବା ଏକ ଟ୍ରକ ପଛରେ ଉପେନ୍ଦ୍ରଙ୍କ ବାଇକ ଧକ୍କା ହୋଇଥିଲା। ଘଟଣା ସ୍ଥଳରେ ହିଁ ଉପେନ୍ଦ୍ର ବେହେରାଙ୍କର ମୃତ୍ୟୁ ଘଟିଥିଲା।

ଖବର ପାଇ ଟାଙ୍ଗୀ ପୋଲିସ ଘଟଣା ସ୍ଥଳକୁ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି। ବାଇକ ଓ ଟ୍ରକକୁ ଜବତ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ଏ ଦୁର୍ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଦେଖାଦେଇଛି।

 

ରିପୋର୍ଟ: ଶୁଭସ୍ମିତା ପ୍ରଧାନ