BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରାଜ୍ୟରେ ୧୧,୪୦୩ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ରାଜ୍ୟର ସରକାରୀ ହାଇସ୍କୁଲଗୁଡ଼ିକରେ ଖୁବ୍‌ଶୀଘ୍ର ୧୧ ହଜାର ୪୦୩ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏଥିଲାଗି ଆବଶ୍ୟକ ପ୍ରକ୍ରିୟା ଆରମ୍ଭ ହୋଇଛି। ନିକଟରେ ୬,୧୩୧ ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ଏକକାଳୀନ ନିଯୁକ୍ତି ଦିଆଯାଇଥିଲା। ସୂଚନାଯୋଗ୍ୟ, ଶିକ୍ଷକ ପଦବୀ ପୂରଣ ଲାଗି ନିଯୁକ୍ତି ନିୟମାବଳିରେ ସଂଶୋଧନ କରାଯାଇଛି। ବର୍ଦ୍ଧିତ ଛାତ୍ରୀଛାତ୍ର ସଂଖ୍ୟା ଦୃଷ୍ଟିରୁ ଅଧିକ ୩୪୬୨ ଶିକ୍ଷକ ପଦବୀ ମଞ୍ଜୁର କରାଯାଇଛି। ଖାଲିପଦବୀ ଏବଂ ନୂତନ ମଞ୍ଜୁରୀପ୍ରାପ୍ତ ପଦବୀକୁ ମିଶାଇ ମୋଟ୍‌ ୧୧ ହଜାର ୪୦୩ ଶିକ୍ଷକ ନିଯୁକ୍ତି ଲାଗି ବିଧିବଦ୍ଧ ପ୍ରକ୍ରିୟା ଆରମ୍ଭ ହୋଇଛି। ଏପ୍ରିଲ୍‌ ସୁଦ୍ଧା ଏହା ସାରିବାକୁ ଲକ୍ଷ୍ୟ ରଖାଯାଇଛି।