BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରବୀନ୍ଦ୍ର ମଣ୍ଡପରେ ନାଟକ “ବୀର ସୁରେନ୍ଦ୍ର ସାଏ” ମଞ୍ଚସ୍ଥ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ଆନୁକୂଲ୍ୟରେ ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହେଉଥିବା ନାଟକ କାର୍ଯ୍ୟକ୍ରମର ଆଜି ତୃତୀୟ ସନ୍ଧ୍ୟାରେ ନାଟକ “ବୀର ସୁରେନ୍ଦ୍ର ସାଏ” ମଞ୍ଚସ୍ଥ ହୋଇଛି। ଆଜିର ନାଟକ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜୀବନୀ ଉପରେ ଆଧାରିତ ହୋଇଥିଲା। କଳାକାରଙ୍କ ଜୀବନ୍ତ ଅଭିନୟ ଦର୍ଶକଙ୍କୁ ମନୋରଞ୍ଜନ ଯୋଗାଇବାରେ ବେଶ ସହାୟକ ହୋଇଥିଲା। ନାଟ୍ୟକାର ଡ଼. ଦ୍ୱାରିକାନାଥ ନାୟକ ନାଟକ ରଚନା କରିଥିବାବେଳେ ନିର୍ଦ୍ଦେଶନା ଦେଇଥିଲେ ସତ୍ୟ ରଞ୍ଜନ ବେହେରା।

ପ୍ରକାଶଯୋଗ୍ୟ ଯେ, ଜୁନ୍‌ ୧୨ ତାରିଖରୁ ଜୁନ୍‌ ୧୯ ତାରିଖ ପର୍ଯ୍ୟନ୍ତ ରବୀନ୍ଦ୍ର ମଣ୍ଡପ ଠାରେ ଓଡ଼ିଶାର ବରପୁତ୍ରମାନଙ୍କ ଜୀବନୀ ଉପରେ ଆଧାରିତ ନାଟକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି।