BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପିଲାଙ୍କୁ ଟିକାକରଣ ଆରମ୍ଭ

ଭୁବନେଶ୍ୱର,୩/୧(ଓଡ଼ିଆ ନ୍ୟୁଜ) ଆଜିଠାରୁ ରାଜ୍ୟରେ ୧୫ରୁ ୧୮ ବର୍ଷ ବୟସ ବର୍ଗଙ୍କ ନିମନ୍ତେ କୋଭିଡ ଟିକାକରଣ ଆରମ୍ଭ ହୋଇଛି। ରାଜ୍ୟର ୯୩୯ଟି ସ୍ୱତନ୍ତ୍ର ଟିକାକରଣ କେନ୍ଦ୍ରରେ ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକା ଦିଆଯାଉଥିବା ଜଣାଯାଇଛି। ପ୍ରଥମ ଡୋଜ୍ ଟିକା ନେବାର ୧୮ରୁ ୪୦ ଦିନ ମଧ୍ୟରେ ସେମାନେ ଦ୍ୱିତୀୟ ଡୋଜ୍ ଟିକା ନେଇପାରିବେ। ଏହି ବୟସ ବର୍ଗର କିଶୋରମାନଙ୍କର ଟିକାକରଣ ଏକମାସ ମଧ୍ୟରେ ଶେଷ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏହାଦ୍ୱାରା ରାଜ୍ୟର ପ୍ରାୟ ୨୩ ଲକ୍ଷ ପିଲା ଉପକୃତ ହୋଇପାରିବେ। କୋଭିଡର ତୃତୀୟ ଲହର ଆରମ୍ଭ ହୋଇଥିବା ପରିପ୍ରେକ୍ଷୀରେ ସରକାର ରାଜ୍ୟରେ ଟିକାକରଣ ପ୍ରକ୍ରିୟା ତ୍ୱରାନ୍ୱିତ କରିବାକୁ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ସମ୍ମୁଖ ଭାଗ ଯୋଦ୍ଧା ଏବଂ ୬୦ ବର୍ଷରୁ ଅଧିକ ବୟସର ଅନ୍ୟ ଜଟିଳ ରୋଗାକ୍ରାନ୍ତ ବ୍ୟକ୍ତିଙ୍କୁ ବୁଷ୍ଟର ଟିକା ଦେବାକୁ ମଧ୍ୟ ସରକାରୀ ସ୍ତରରେ ପଦକ୍ଷେପ ନିଆଯାଉଥିବା ଜଣାଯାଇଛି।