BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପର୍ଯ୍ୟଟନ ମନ୍ତ୍ରୀଙ୍କ ଦ୍ୱାରା ଓଡ଼ିଶା ଟ୍ରାଭେଲ୍ ବଜାର ୨୦୨୨ ପ୍ରଦର୍ଶନୀ ଉଦ୍‌ଘାଟିତ

ଭୁବନେଶ୍ୱର: ଓଡ଼ିଶାର ମାନ୍ୟବର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ଅବକାରୀ ଏବଂ ପର୍ଯ୍ୟଟନ ମନ୍ତ୍ରୀ, ଶ୍ରୀଯୁକ୍ତ ଅଶ୍ୱିନୀ କୁମାର ପାତ୍ର ଆଜି ଓଡ଼ିଶା ଟ୍ରାଭେଲ ବଜାର ୨୦୨୨ର ପ୍ରଦର୍ଶନୀକୁ ହୋଟେଲ ସ୍ୱସ୍ତି ପ୍ରିମିୟମଠାରେ ଶୁଭ ଉଦଘାଟନ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ, “କୋଭିଡ଼ ମହାମାରୀର ଏତେ ଦିନ ବ୍ୟବଧାନ ପରେ ଓଡ଼ିଶା ଟ୍ରାଭେଲ ବଜାର ଅନୁଷ୍ଟିତ ହେଉଥିବାରୁ ଆମ୍ଭେମାନେ ବହୁତ ଆନନ୍ଦିତ, ଯାହାକି ଘରୋଇ ଏବଂ ବିଦେଶ ଟ୍ୟୁରିଜିମ୍ ଷ୍ଟେକହୋଲ୍ଡର ମାନଙ୍କ ମଧ୍ୟରେ ଭାବ ବିନିମୟ କରିବାକୁ ଏକ
ପ୍ଲାଟଫର୍ମ ଯୋଗାଇଦେବ । ଓଡ଼ିଶାରେ ଏମିତି କିଛି ସ୍ଥାନ ଅଛି, ଯାହାକି ସ୍ୱର୍ଗିୟ ସୌନ୍ଦର୍ଯ୍ୟରେ ପରିପୁର୍ଣ୍ଣ ।  ଦେଶ ଭିତରର ଓ ବିଦେଶର ଟୁର ଅପରେଟରମାନେ ରାଜ୍ୟର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପରିଦର୍ଶନରେ ଯିବେ । ଯେବେକି ବହୁଳ ଭିତିମୂମିର ବିକାଶ
ହୋଇଛି, ତେଣୁ ଆମେ ଆଶା କରୁଛୁଯେ, ଆଗାମୀ ଦିନ ମାନଙ୍କରେ ପର୍ଯ୍ୟଟକଙ୍କ ସଂଖ୍ୟାରେ ବୃଦ୍ଧି ପରିଲକ୍ଷିତ ହେବ, ଯାହାକି ଏହି କ୍ଷେତ୍ରରୁ ରାଜକୋଶ ସଂଗ୍ରହରେ ମଧ୍ୟ ବୃଦ୍ଧି ଘଟିବ ।”