BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଓଡ଼ିଆ ଜାତିର ଉନ୍ନତି ଓ ସ୍ୱାର୍ଥରକ୍ଷା ତଥା ସ୍ୱାଭିମାନ ବଜାୟ ରଖିବା ପାଇଁ ସର୍ବସ୍ୱ ତ୍ୟାଗ କରିଥିଲେ ମଧୁବାବୁ

ବିଧାନସଭା ପରିସରରେ  ଶ୍ରାଦ୍ଧବାର୍ଷିକ ଅବସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଉତ୍କଳଗୌରବ ମଧୁସୂଦନ ଦାସ ଥିଲେ ଓଡ଼ିଆ ଜାତିର ଗର୍ବ ଓ ଗୌରବର ପ୍ରତୀକ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ସେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ଓଡ଼ିଶାରେ ନୂତନ ରାଜନୈତିକ ଚେତନା ସୃଷ୍ଟି କରି ଓଡ଼ିଶାର ଏବଂ ଓଡ଼ିଆ ଜାତିର ଉନ୍ନତି ଓ ସ୍ୱାର୍ଥରକ୍ଷା ତଥା ସ୍ୱାଭିମାନ ବଜାୟ ରଖିବା ପାଇଁ ମଧୁବାବୁ ସର୍ବସ୍ୱ ତ୍ୟାଗ କରିଥିଲେ। ଛାତ୍ର ଜୀବନଠାରୁ ମୃତୁ୍ୟ ପର୍ଯ୍ୟନ୍ତ ତାଙ୍କର ଜୀବନ ଥିଲା ସଂଘର୍ଷମୟ। ସେ ସାରାଜୀବନ ଦେଶ ଓ ଜାତି ପାଇଁ ସଂଘର୍ଷ କରି ଭାରତବର୍ଷରେ ଓଡ଼ିଆ ଜାତିର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ । ଯାହାଫଳରେ ଓଡ଼ିଆ ଜାତି ଆଜି ଭାରତବର୍ଷରେ ଏକ ସ୍ୱତନ୍ତ୍ର ମର୍ଯ୍ୟାଦାପୂର୍ଣ୍ଣ ଆସନ ହାସଲ କରିପାରିଛି।
ଆଜି ମଧୁସୂଦନ ଦାସଙ୍କ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ ରାଜ୍ୟ ବିଧାନସଭା ପରିସରରେ ବାଚସ୍ପତି ସୁରମା ପାଢ଼ୀ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସରକାରୀ ଦଳ ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାଶ, ପୂର୍ବତନ ବିଧାୟକ ଅରବିନ୍ଦ ଢାଲି ଓ ପ୍ରିୟଦର୍ଶୀ ମିଶ୍ର, ବିଧାନସଭା ସଚିବ ସତ୍ୟବ୍ରତ ରାଉତ ଓ ଉତ୍କଳ ସମ୍ମିଳନୀର ବରିଷ୍ଠ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ଉତ୍କଳଗୌରବଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।
ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା । ସୂଚନା ଅଧିକାରୀ ସୁଶ୍ରୀ ରୋଜାଲିନ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।