BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଉତ୍ତର ପ୍ରଦେଶ ସରକାରଙ୍କ ଶ୍ରମ ଓ ନିଯୁକ୍ତି, ସମନ୍ୱୟ ବିଭାଗର ମନ୍ତ୍ରୀ ଅନିଲ ରାଜଭରଙ୍କ ଓଡ଼ିଶା ଆଗମନ

ଭୁବନେଶ୍ୱର : ଉତ୍ତର ପ୍ରଦେଶ ସରକାରଙ୍କ ଶ୍ରମ ଓ ନିଯୁକ୍ତି, ସମନ୍ୱୟ ବିଭାଗର ମନ୍ତ୍ରୀ ଶ୍ରୀ ଅନିଲ ରାଜଭରଙ୍କ ଓଡ଼ିଶା ଆଗମନ ଅବସରରେ ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ରାଜ୍ୟ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂଖୁଣ୍ଟିଆ ତାଙ୍କୁ ହାର୍ଦ୍ଦିକ ସ୍ବାଗତ ଜଣାଇଛନ୍ତି।

ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂଖୁଣ୍ଟିଆଙ୍କ ସମେତ ରାଜ୍ୟ ଶ୍ରମ ଆୟୁକ୍ତ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ, ଯୁଗ୍ମ ଶ୍ରମ କମିଶନର ଶ୍ରୀ ପ୍ରଣବ କୁମାର ପାତ୍ର, ଜିଲ୍ଲା ଶ୍ରମ ଅଧିକାରୀ (ପ୍ରବର୍ତ୍ତନ), ଭୁବନେଶ୍ୱର ଶ୍ରୀ ପ୍ରଭାକର ବିଶ୍ୱାଳ ପ୍ରମୁଖ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ମନ୍ତ୍ରୀ ଶ୍ରୀ ରାଜଭରଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେl

ଏହି ଗସ୍ତ ସମୟରେ ମନ୍ତ୍ରୀ ଶ୍ରୀ ରାଜଭର ଶ୍ରମିକ କଲ୍ୟାଣ ଓ ଅନ୍ୟାନ୍ୟ ପ୍ରସଙ୍ଗରେ ରାଜ୍ୟ ସହ ସହଯୋଗକୁ ବୃଦ୍ଧି କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ବିଶ୍ୱ କୌଶଳ କେନ୍ଦ୍ର ମଧ୍ୟ ସେ ପରିଦର୍ଶନ କରିବାର କାର୍ଯ୍ୟ୍ୟକ୍ରମ ରହିଛି l