BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

କରୋନା ପାଇଁ ଆଗୁଆ ସତର୍କ ଯୋଗୀ , ମାଗିଲେ ୧୦ ଲକ୍ଷ ଡୋଜର ଟିକା

ଉତ୍ତରପ୍ରଦେଶ : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶରେ ଟିକାକରଣ କାର୍ଯ୍ୟକୁ ତ୍ୱରାନ୍ବିତ ପାଇଁ କାର୍ଯ୍ୟ କରାଯାଉଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି। ୟୁପି ସରକାର କେନ୍ଦ୍ର ସରକାରଙ୍କଠାରୁ ୧୦ ଲକ୍ଷ ଡୋଜ କୋଭିଡ ଟିକା ମାଗିଥିବା ଜଣାପଡିଛି।
ସମୀକ୍ଷା ବୈଠକରେ ରାଜ୍ୟରେ କରୋନା ସ୍ଥିତି ଉପରେ ଆଲୋଚନା କରାଯାଇଥିଲା। ବୈଠକ ପରେ ଉତ୍ତରପ୍ରଦେଶର କରୋନା ସ୍ଥିତି ସ୍ବାଭାବିକ ଅଛି ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିନାଥ କହିଛନ୍ତି। ଡିସେମ୍ବର ମାସରେ ରାଜ୍ୟରେ ୦୯ ଲକ୍ଷ ୦୭ ହଜାରରୁ ଅଧିକ ଟେଷ୍ଟ କରାଯାଇଥିଲା, ଯେଉଁଥିରେ ୧୦୩ଟି ଆକ୍ରାନ୍ତ ଚିହ୍ନଟ ହୋଇଥିଲା। ଏହି ଅବଧିରେ ରାଜ୍ୟର ସକ୍ରିୟ ହାର ୦.୦୧% ରେକର୍ଡ କରାଯାଇଛି। ବର୍ତ୍ତମାନ ରାଜ୍ୟରେ ମୋଟ ୪୯ଟି ସକ୍ରିୟ ମାମଲା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୨ ହଜାରରୁ ଅଧିକ ଟେଷ୍ଟ କରାଯାଇଥିଲା।