BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆହୁରି ଦୁଇଦିନ ତାତି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଅସହ୍ୟ ତାତିରେ କଲବଲ ହୋଉଛନ୍ତି ଲୋକେ। ତେବେ ୨ଦିନ ମଧ୍ୟରେ ତାତିରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ଶନିବାର ପର୍ଯ୍ୟନ୍ତ ୧୧ ଜିଲାକୁ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ନେଇ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂଭଭଞ୍ଜ, ଅନୁଗୋଳ, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗିର। ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ଯାଏ ତାତି ଅଧିକ ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।