BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

୭ ରେ ପ୍ରବଳ ବର୍ଷା ପବନ

ଭୁବନେଶ୍ୱର,୫।୮(ବ୍ୟୁରୋ): ଆସନ୍ତା ୭ ତାରିଖରେ ଉତ୍ତର-ପଶ୍ଚିମ ତତ୍‌-ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ହେବାର ସମ୍ଭାବନା ରହିଛି। ମୌସୁମୀ ଏବଂ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୬ ରୁ ୧୦ ଯାଏ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ସହ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଟୁଇଟ୍‌ କରି ସୂଚନା ଦେଇଛି। ପାଣିପାଗ ବିଭାଗ ଅନୁଯାୟୀ, ମୌସୁମୀର ସକ୍ରିୟତା ବୃଦ୍ଧି ଏବଂ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୭ ରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଝଡ-ବର୍ଷା ହେବ। ଏହାସହ ଘଣ୍ଟା ପ୍ରତି ୪୫ ରୁ ୫୫ କି.ମି.ବେଗରେ ପବନ ହେବାର ସମ୍ଭାବନା ରହିଛି। ତେଣୁ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାପାଇଁ ବାରଣ କରାଯାଇଛି।