BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆଜି ବିଭିନ୍ନ ସ୍ଥାନରେ ବର୍ଷା ହେବ

ଭୁବନେଶ୍ୱର,୪ା୨(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଉଷ୍ଣ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବା ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱରରେ ଆଜି ପାଗ ମେଘୁଆ ରହିବା ସହିତ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆସନ୍ତାକାଲି ଉତ୍ତର ଓଡ଼ିଶା ସମେତ ଉପକୂଳ ଜିଲାଗୁଡ଼ିରେ ବର୍ଷା ହେବ। ଏଥିପାଇଁ ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ,ଅନୁଗୋଳ, ସୁନ୍ଦରଗଡ଼ ଜିଲାକୁ ସତର୍କତା ଜାରି କରାଯାଇଛି। ସେହିପରି ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବ। ୬ତାରିଖରୁ ପାଗରେ ପରିବର୍ତ୍ତନ ହେବା ସହିତ ତାପମାତ୍ରା କମିବ ବୋଲି ପାଣିପାଗ ବିଭାଗ କହିଛି।