BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଆସନ୍ତା ଚାରି ଦିନ ମେଘୁଆ ପାଗ

ଭୁବନେଶ୍ୱର,୩।୪(ବ୍ୟୁରୋ):  ରାଜ୍ୟରେ ତାତିର ପ୍ରକୋପ ସାମାନ୍ୟ ହ୍ରାସ ପାଇଛି । ଅଧିକାଂଶ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା ସହ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ଆସନ୍ତା ୪ ଦିନ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା ସହ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନଗିରି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ୪ ତାରିଖରେ ଉତ୍ତର ଓଡ଼ିଶା, ଉପକୂଳ, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର ଆଦି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ରାଜ୍ୟର କେତେକ ସ୍ଥାନରେ ତାତିର ପ୍ରକୋପ ଦେଖିବାକୁ ମିଳିଛି। ଶନିବାର ବଲାଙ୍ଗୀରରେ ସର୍ବୋଚ୍ଚ ତାପମାତ୍ରା ୪୨.୧ ଡିଗ୍ରୀ ସେଲ୍‌ସିୟସ ଥିବା ବେଳେ ଟିଟିଲାଗଡ଼ ୪୧.୭, ସୋନପୁର ୪୦.୨, ସୁନ୍ଦରଗଡ଼ ୪୦.୫, ବୌଦ୍ଧ ୪୦, ମାଲକାନଗିରି ୩୯, ଅନୁଗୋଳ ୩୯.୧, ସମ୍ବଲପୁର ୩୯.୫, ବାରିପଦା ୩୯ ଏବଂ ହୀରାକୁଦରେ ୩୯.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।