BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ତତାଇ ଲାଣି ତାତି

ଭୁବନେଶ୍ୱର,୨୦।୪(ବ୍ୟୁରୋ):  ରାଜ୍ୟରେ ବେଳକୁ ବେଳ ତାତିର ପ୍ରକୋପ ବଢିବାରେ ଚାଲିଛି । ଅସହ୍ୟ ଗରମ ସାଙ୍ଗକୁ ଟାଣ ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ପ୍ରତିଦିନ ତାତି ନୂଆ ନୂଆ ରେକର୍ଡ ଭାଙ୍ଗୁଛି । ଆସନ୍ତା ଦୁଇ ତିନି ଦିନ ଯାଏ ରାଜ୍ୟର ତାପମାତ୍ରା ଆହୁରି ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ମଙ୍ଗଳବାର ସୋନପୁର ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ଏଠାରେ ସର୍ବୋଚ୍ଚ ତାପମାତ୍ରା ୪୪.୪ ଡ଼ିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ରାଜ୍ୟର ୯ଟି ସହରରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିଥିବା ବେଳେ ୨୧ ସହରର ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ବଲାଙ୍ଗୀରରେ ସର୍ବୋଚ୍ଚ ତାପମାତ୍ରା ୪୪.୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା
ସୋନପୁର ୪୪.୪ ଡିଗ୍ରୀ …
ବେଳେ ଟିଟିଲାଗଡ ୪୩.୫, ବୌଦ୍ଧ ୪୩, ଅନୁଗୋଳ ୪୩.୧, ବାରିପଦା ୪୧, ଝାସୁଗୁଡା ୪୨.୮, କେନ୍ଦୁଝର ୪୦.୨, ସମ୍ବଲପୁର ୪୨.୪, ସୁନ୍ଦରଗଡ ୪୨.୫, ହୀରାକୁଦ ୪୧.୬, ତାଳଚେର ୪୦.୪, ଭଦ୍ରକ ୪୦, ଢେଙ୍କାନାଳ ୪୦, ଦେବଗଡ ୪୨, ବରଗଡ ୪୦.୫, ନୂଆପଡା ୪୧, ଖୋର୍ଦ୍ଧା ୪୦, ପାରଳାଖେମୁଣ୍ଡି ୪୧ ଏବଂ ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।