BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆଜିଠୁ କାଳବୈଶାଖୀ, ମିଳିବ ତାତିରୁ ଆଶ୍ବସ୍ତି;

ଭୁବନେଶ୍ୱର: ରାଜ୍ୟରେ ଅସହ୍ୟ ଗୁଳୁଗୁଳି ଓ ତାପମାତ୍ରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି । ଅସହ୍ୟ ତାପମାତ୍ରା ପାଇଁ ରାଜ୍ୟରେ ସ୍କୁଲ ଓ କଲେଜ ମଧ୍ୟ ଛୁଟି କରାଯାଇଛି । ଆଜିଠୁ ତାତିରୁ ଆଶ୍ବସ୍ତି ମିଳିପାରେ । ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ମୟୂରଭଞ୍ଜ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀର ପ୍ରଭାବରେ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ।

ମାଲକାନଗିରି, କୋରାପୁଟ, ଗଞ୍ଜାମ ଜିଲ୍ଲାରେ ହାଲକାରୁ ମଧ୍ୟମ ବର୍ଷା ନେଇ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ୭ ଜିଲ୍ଲା କୋରାପୁଟ, ଗଞ୍ଜାମ, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର ଓ ଭଦ୍ରକକୁ କାଳବୈଶାଖୀ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ବିଜୁଳି ଘଡ଼ଘଡ଼ି ସହ ପବନର ବେଗ ୩୦-୪୦ କିମି ରହିପାରେ ବୋଲି ସୂଚନା ମିଳିଛି । କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ତାପମାତ୍ରା ହ୍ରାସ ପାଇବାର ସମ୍ଭାବନା ରହିଛି । କାଳବୈଶାଖୀ ସମୟରେ ସତର୍କ ରହିବା ପାଇଁ ମଧ୍ୟ ସୂଚନା ଦିଆଯାଇଛି ।