BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପୁଣି ଆରମ୍ଭ ହେବ ତାତି ଓ ଗୁଳୁଗୁଳି, ଅଧିକାଂଶ ସ୍ଥାନରେ ତାପମାତ୍ରା ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ପୁଣି ଆରମ୍ଭ ହେବ ତାତି ଓ ଗୁଳୁଗୁଳି। ବୁଧବାରଠାରୁ ଯଦିଓ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ବୃଦ୍ଧି ହୋଇଛି, ତେବେ ଗୁରୁବାରଠାରୁ ତାପମାତ୍ରା ଦୃଷ୍ଟାନ୍ତମୂଳକ ଭାବେ ବଢ଼ିବା ସହ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ଲହରୀ ଆଶଙ୍କା ସୃଷ୍ଟି ହୋଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗୁରୁବାରଠାରୁ ୧୩ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ଲହରୀ ସହ ଉଷ୍ମ ଓ ଆର୍ଦ୍ର ସ୍ଥିତି ରହିବାର ସମ୍ଭାବନା ରହିଛି। ଫଳରେ ତାତି ବଢ଼ିବା ସହ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ ବୋଲି କେନ୍ଦ୍ର କହିଛି। ଏହା ସହ ଝାଞ୍ଜି ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ଏହାକୁ ନେଇ କେତେକ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସେହିପରି ୧୩ ତାରିଖ ଯାଏଁ ବର୍ଷା ପାଇଁ କୌଣସି ସତର୍କତା ଜାରି ହୋଇ ନ ଥିବା ବେଳେ ଏହି ସମୟରେ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।
ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପଟେ ଗୁରୁବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଉଷ୍ମ ଓ ଆର୍ଦ୍ର ଅବସ୍ଥା ହେବାର ସମ୍ଭାବନା ରହିଛି। ଏହା ସହ ଏସବୁ ଜିଲ୍ଲାରେ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ ବୋଲି ଆକଳନ କରି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
୧୨ ଓ ୧୩ ତାରିଖ ବେଳକୁ ଗ୍ରୀଷ୍ମ ପ୍ରବାହ ଆହୁରି ବଢ଼ିବାର ଆକଳନ କରାଯାଇଥିବାରୁ ଏହି ୨ ଦିନ ପାଇଁ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ, ବରଗଡ଼, ସୋନପୁର, ସମ୍ୱଲପୁର, ବୌଦ୍ଧ ଓ ବଲାଙ୍ଗୀର ଆଦି ଜିଲ୍ଲା ରହିଛି। ସେହିପରି ଉଷ୍ମ ଓ ଆର୍ଦ୍ର ସ୍ଥିତି ପାଇଁ ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟରେ ରଖାଯାଇଛି।
ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଗାମୀ ୨ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ପରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ସ୍ଥାନରେ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିଥିବା ବେଳେ ପୁଣି ଥରେ ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ୪୧ ଡିଗ୍ରୀ ସହ ସମ୍ବଲପୁର ଆଜି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିବା ବେଳେ ବଲାଙ୍ଗିର ୪୦.୮, ଝାରସୁଗୁଡ଼ା ୪୦.୪ ଓ ଟିଟଲାଗଡ଼ରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି।