ଆଜି ପାଇଁ ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
୬ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା
ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବରରେ ପ୍ରବଳ ବର୍ଷିବ
ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ବି ଆଲର୍ଟ
ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି ଏବଂ ଆଜି ପାଇଁ ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଉଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୬ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବରରେ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ କହିଛି। ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ବି ଆଲର୍ଟ କରାଯାଇଛି।
ଆସନ୍ତା ୧୬ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ଅଛି। ଘୂର୍ଣ୍ଣିବଳୟ ହେବା ପରେ ୩ରୁ ୪ ଦିନ ଯାଏ ଏହା ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ବୋଲି ପାଣିପାଗ ବିଶେଷଜ୍ଞ ଏଭଳି ପୂର୍ବାନୁମାନ କରିଛନ୍ତି।
ସେହିପରି ରବିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଅଧିକ ବର୍ଷା ହୋଇପାରେ। ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, ବଲାଙ୍ଗିର, ସୋନପୁର ଓ ବୌଦ୍ଧରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।