BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଆଜିଠୁ ବଢ଼ିବ ବର୍ଷାର ପରିମାଣ, ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଓ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବୁଧବାରଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିବା ବେଳେ ଜୁଲାଇ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆଜି ସକାଳ ସାଢେ ୮ଟା ଯାଏଁ ରାଜ୍ୟର ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ସକାଳ ସାଢ଼େ ୮ଟାରୁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଓ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଲଘୁଚାପ ପ୍ରଭାବରେ ଆଜି ଠାରୁ ବର୍ଷାର ପରିମାଣ ବଢିବ । ଆଜି ପାଇଁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍‌ ଆଲର୍ଟ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁକ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ  ଜାରି ହୋଇଥିବାବେଳ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।