BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆଜିଠୁ ବଢ଼ିବ ବର୍ଷା, ୩୦ ଯାଏ ରାଜ୍ୟରେ ଜାରି ରହିବ ବର୍ଷା…

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଏହି ଲଘୁଚାପ ଧୀରେଧୀରେ ଶକ୍ତିଶାଳୀ ହେଉଥିବାରୁ ପ୍ରାୟ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ଓଡ଼ିଶା ସଂଲଗ୍ନ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବିଶେଷ ଶକ୍ତି ଗୋଟାଇ ପାରୁନାହିଁ। ବୁଧବାର ଏହା ସେହି ସ୍ଥାନରେ ରହି ୨୯ରେ ସମ୍ଭବତଃ ଛତିଶଗଡ଼ରେ ପହଞ୍ଚିପାରେ। ତେବେ ଏହି ଲଘୁଚାପ ଯୋଗୁଁ ବୁଧବାର ରାଜ୍ୟର ଅଧିକାଂଶ ଅଞ୍ଚଳରେ ସକାଳ ଓଳି ପାଗ ଶୁଖିଲା ଓ ଖରାଟିଆ ରହିବ। ସକାଳ ୯-୧୦ଟା ପରେ ଭୁବନେଶ୍ୱରରେ ସମେତ କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ନୟାଗଡ଼ରେ ପାଗ ପରିବର୍ତ୍ତନ ଆସିବ ଓ ବର୍ଷା ହୋଇପାରେ। ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ଉପରବେଳା ୨ଟା ପରେ ପାଗ ମେଘୁଆ ସହିତ ସ୍ୱଳ୍ପ ବର୍ଷା ହୋଇପାରେ। ୨୮ତାରିଖ ଗୁରୁବାରରେ ପାଗ ମଙ୍ଗଳବାର ପରି ହେବାର ସମ୍ଭାବନା ରହିଥିବା ବେଳେ ୨୯ରେ କେନ୍ଦ୍ରୀୟ ଓ ଉତ୍ତର ଓଡ଼ିଶା, ୩୦ରେ ଉତ୍ତର ଓ ପଶ୍ଚିମ ଓଡ଼ିଶା ଏବଂ ୩୧ରେ ପ୍ରାୟତଃ ଅଧିକାଂଶ ସ୍ଥାନରେ ସ୍ୱଳ୍ପ ଏବଂ ଅଳ୍ପ କେତେକ ସ୍ଥାନରେ ମଧ୍ୟମଧରଣର ବର୍ଷା ହୋଇପାରେ।