BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଅସହ୍ୟ ଗୁଳୁଗୁଳି ଓ ଗରମରୁ ମିଳିବ ତ୍ରାହି, ଆଜିଠୁ ରାଜ୍ୟରେ ୧ ତାରିଖ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର  : ତାତିରେ ଲାଗିବ ବ୍ରେକ୍ । ଅସହ୍ୟ ଗୁଳୁଗୁଳି ଓ ଗରମରୁ ମିଳିବ ତ୍ରାହି । ଆଜିଠୁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଆଜିଠାରୁ ଆସନ୍ତା ୧ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ମୟୂରଭଞ୍ଜ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ସେହିପରି ମାଲକାନଗିରି, କୋରାପୁଟ, ଗଞ୍ଜାମ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ୩୦-୪୦ କିମି ବେଗରେ ପବନ ବହିପାରେ । ୨୭ ଓ ୨୮ ତାରିଖରେ ଝଡ଼ବର୍ଷାର ପ୍ରଭାବ ଅଧିକ ରହିପାରେ । ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

  • ଆଜିଠୁ ୧ ତାରିଖ ଯାଏଁ ବର୍ଷା ସମ୍ଭାବନା
  • ମୟୂରଭଞ୍ଜ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
  • ମାଲକାନଗିରି, କୋରାପୁଟ, ଗଞ୍ଜାମରେ ହାଲକାରୁ ମଧ୍ୟମ ବର୍ଷା
  • ୩୦-୪୦ କିମି ବେଗରେ ପବନ ବହିପାରେ

ବର୍ତ୍ତମାନ ରାଜ୍ୟରେ ପ୍ରଚଣ୍ଡ ତାତିରେ କଲବଲ ହେଉଛି ଜନଜୀବନ । ତତଲା କଡ଼େଇରେ ଭାଜି ହେଉଛି ସାରା ଓଡ଼ିଶା । ଉପକୂଳରୁ ଉତ୍ତର, ପୁଣି ପଶ୍ଚିମରୁ ଦକ୍ଷିଣ ସବୁଠି ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମଲହରୀ । ବିଶେଷକରି ପଶ୍ଚିମ ଓଡ଼ିଶାର ତାପମାତ୍ରା ରେକର୍ଡ ଭାଙ୍ଗୁଛି । ଗତ ୨୨ ତାରିଖରେ ଝାରସୁଗୁଡ଼ାରେ ଏପ୍ରିଲ ମାସର ସର୍ବକାଳୀନ ତାତି ରେକର୍ଡ ହୋଇଥିଲା । ତେବେ ଆଜିଠୁ ବର୍ଷା ସମ୍ଭାବନା ଥିବାରୁ ପ୍ରଚଣ୍ଡ ତାତିରୁ ଆଶ୍ୱସ୍ତି ମିଳିବ ।