BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

୨୪ ରୁ କମିବ ଶୀତ

ଭୁବନେଶ୍ୱର : ଉତ୍ତର-ପୂର୍ବ ଦିଗରୁ ରାଜ୍ୟକୁ ଥଣ୍ଡା ବାୟୁ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ରାଜ୍ୟରେ ଗତ କିଛିଦିନ ହେବ ପାରଦ ତଳମୁହାଁ ରହିଛି। ବିଶେଷ କରି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ଶୀତର ପ୍ରକୋପ ଅଧିକ ରହିଛି। ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଯାଇଛି। ରାଜ୍ୟର ୮ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ମଙ୍ଗଳବାର ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୭.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ କୋରାପୁଟ ୮, କେନ୍ଦୁଝର ୮.୪, ସୁନ୍ଦରଗଡ଼ ୯, ଝାରସୁଗୁଡ଼ା ୯.୬, ଦାରିଙ୍ଗବାଡ଼ି ୧୦, ଅନୁଗୋଳ ୧୦, ହୀରାକୁଦ ୧୦.୯, ଭବାନୀପାଟଣା ୧୦, ସୋନପୁର ୧୧, ବରଗଡ଼ ୧୧.୮, ଦେବଗଡ଼ ୧୧.୬, ସମ୍ବଲପୁର ୧୨.୪, କଟକ ୧୩.୪, ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୩.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ତେବେ ଆସନ୍ତା ୨୪ ତାରିଖରୁ ରାଜ୍ୟରେ ଶୀତ କମିବ। ପଶ୍ଚିମାବାୟୁ ପ୍ରବାହ ଯୋଗୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଯୋଗୁ ୪ ଦିନ ତାପମାତ୍ରା ଉପର ମୁହଁା ରହିବ। ପୁଣି ୨୮ ତାରିଖରୁ ଶୀତ ବଢ଼ିବା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଯାଜପୁର ଏବଂ ଭଦ୍ରକ ଜିଲାର କେତେକ ସ୍ଥାନରେ କୁହୁଡ଼ି ହେବାର ସମ୍ଭାବନା ରହିଛି ।