BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

୪ ଜିଲ୍ଲାରେ ପ୍ରବଳ ଶୀତ ଅନୁଭୂତ ହେବ

ଭୁବନେଶ୍ୱର, ୮।୧(ବ୍ୟୁରୋ)- ରାଜ୍ୟରେ ଗତ ଦୁଇ ଦିନ ହେବ ପ୍ରବଳ ଥଣ୍ଡା ପଡ଼ିଛି। ଅଳ୍ପ କିଛି ଦିନର ବ୍ୟବଧାନ ପରେ ପୁଣି ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ବଢ଼ିଛି। ରବିବାର ଓଡ଼ିଶାର ୨୧ଟି ସହରରେ ତାପମାତ୍ରା ୧୦ଡିଗ୍ରୀ ତଳେ ରହିଥିଲା। ଏନେଇ ଆଞ୍ଚଳିକ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାନୁସାରେ, କୋରାପୁଟ ଜିଲା ସେମିଳିଗୁଡ଼ା ସବୁଠୁ ଅଧିକ ଥଣ୍ଡା ଅନୁଭୂତ ହୋଇଥିଲା। ସେଠାରେ ସର୍ବନିମ୍ନ ତାପମାତ୍ରା ୨ ଡିଗ୍ରୀ ରହିଥିଲା। ସେହିପରି କିରେଇରେ ସର୍ବନିମ୍ନ ତାପମାତ୍ରା ୪.୪ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଜି. ଉଦୟଗିରିରେ ୪.୬, ଫୁଲବାଣୀରେ ୫, ରାଉରକେଲାରେ ୬.୪, ସୁନ୍ଦରଗଡ଼ରେ ୬.୫, କୋରାପୁଟରେ ୬.୫, ଝାରସୁଗୁଡ଼ାରେ ୬.୬, ଦାରିଙ୍ଗବାଡ଼ିରେ ୬.୭, କେନ୍ଦୁଝରରେ ୭.୨, ଭବାନୀପାଟଣାରେ ୭.୨, ଢେଙ୍କାନାଳରେ ୮, ସୋନପୁରରେ ୮.୫, ଅନୁଗୋଳରେ ୮.୬, ବାରିପଦାରେ ୯, ନବରଙ୍ଗପୁରରେ ୯, ସମ୍ବଲପୁରରେ ୯.୩, ରାଣୀତାଲରେ ୯.୪, ଭଦ୍ରକରେ ୯.୫, ମହିଷାପାଟରେ ୯.୫ ଓ ହୀରାକୁଦରେ ୯.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
ସେପଟେ ଆସନ୍ତା ୨୪ଘଣ୍ଟା ରାଜ୍ୟର ବିଭିନ୍ନ ସ୍ଥାନକୁ ଶୀତ ଲହରୀ ଜାରି ରହିବ। ବିଶେଷ କରି ଝାରସୁଗୁଡ଼ା, ଦେବଗଡ଼ ଏବଂ ଅନୁଗୋଳ ଜିଲାରେ ଏହା ଅଧିକ ଅନୂଭୂତ ହେବ। ସେଥିପାଇଁ ଏହି ତିନି ଜିଲାକୁ ଶୀତ ଲହରୀ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ଏହି ସବୁ ଜିଲାର ଲୋକଙ୍କୁ ରାତିରେ ଘରେ ରହିବାକୁ ପରାମର୍ଶ ଦିଆଯାଇଛି।