BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କମିବ ଶୀତ

ଭୁବନେଶ୍ୱର : ରାଜ୍ୟରେ ଗତ କିଛିଦିନ ହେବ ଶୀତର ପ୍ରକୋପ ବୃଦ୍ଧି ପାଇଥିଲା। ତେବେ ମଙ୍ଗଳବାରଠାରୁ ଶୀତ କମିବା ଆରମ୍ଭ କରିଛି। ପାରଦ ଉପରମୁହାଁ ହୋଇଛି। ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲ୍‌ସିୟସ ଯାଏ ବଢ଼ିଛି । ମଙ୍ଗଳବାର ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ କୋରାପୁଟ ୬, ଝାରସୁଗୁଡ଼ା ୭.୮, କେନ୍ଦୁଝର ୯.୩, ସୁନ୍ଦରଗଡ ୮.୫, ଭବାନୀପାଟଣା ୮.୮, ଦାରିଙ୍ଗବାଡି ୮.୫, ଢେଙ୍କାନାଳ ୮, ନବରଙ୍ଗପୁର ୯.୨, ରାଉରକେଲାରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।
୧୨ ତାରିଖରୁ ସର୍ବନିମ୍ନ ତାପମାତ୍ରା ଆହୁରି ବଢ଼ିବ। ଆସନ୍ତା ୧୯ ତାରିଖ ଯାଏ ହାଲୁକା ଶୀତ ରହିବ। ବୁଧବାର ରାଜ୍ୟର କେତେକ ସ୍ଥାନରେ କୁହୁଡ଼ି ହେବ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ କନ୍ଧମାଳ, କୋରାପୁଟ, ଗଞ୍ଜାମ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଅନୁଗୋଳ, ଢେଙ୍କାନାଳ ଆଦି ଜିଲାର କେତେକ ସ୍ଥାନରେ କୁହୁଡ଼ି ହେବାର ସମ୍ଭାବନା ରହିଛି।