BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ମହାନ ବିପ୍ଲବୀ ଚକ୍ରଧର ବେହେରାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର:  ମହାନ ବିପ୍ଲବୀ ଚକ୍ରଧର ବେହେରାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଭୁବନେଶ୍ୱର ରାଜଭବନ ଛକସ୍ଥିତ ଚକ୍ରଧର ବେହେରାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି । ଉକ୍ତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଅନୁଜ କୁମାର ଦାସ ପଟ୍ଟନାୟକ, ଉପ ନିର୍ଦ୍ଦେଶକ(କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ, ଭୁବନେଶ୍ୱର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜିତେନ୍ଦ୍ରିୟ ଜେନା, ପ୍ରଦର୍ଶନୀ ଅଧିକାରୀ ଦୀପକ କୁମାର ସାହୁ, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସ୍ମୃତି ଚାରଣ କରିଥିଲେ ।

ଏହି ଅବସରରେ ବିପ୍ଲବୀଙ୍କ ଦାୟାଦ ସ୍ବପ୍ନଶ୍ରୀ ମାହୁନ୍ତ, ସୁରେନ୍ଦ୍ର କୁମାର ମାହୁନ୍ତ, ଦିଲ୍ଲୀପ କୁମାର ଦାସ,ସାହିତ୍ୟିକ ଗୌରହରୀ ଦାସ, ସମାଜସେବୀ ଭାସ୍କର ଚନ୍ଦ୍ର ସେଠୀ, ପ୍ରଭାକର ପରିଡା, ଲକ୍ଷ୍ମୀଧର ବେହେରା, ଦିଲୀପ କୁମାର ଦାସ, ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ । ଶ୍ରୀ ଅକ୍ଷୟ କୁମାର ସାହୁ ବିପ୍ଲବୀଙ୍କ ସ୍ମୃତିରେ କବିତା ପାଠ କରିଥିଲେ ।