BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଲଘୁଚାପର ରୂପ ନେଲା ବାତ୍ୟା ୟାସ।

ଭୁବନେଶ୍ୱର,୨୩/୫(ଓଡିଆ ନ୍ୟୁଜ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଲୋ ପ୍ରେସରରେ ପରିଣତ ହୋଇଛି । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଅବପାତ ରୂପ ନେବାର ସମ୍ଭାବନା ରହିଛି । ଆସନ୍ତା କାଲି ଏହା ବାତ୍ୟାରେ ପରିଣତ ହେବ । ଏନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବାତ୍ୟା ‘ୟାସ’ ମୁକାବିଲା ପାଇଁ ଏନଡିଆରଏଫର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ବାତ୍ୟା ଆଶଙ୍କା ଥିବା ଜିଲ୍ଲାଗୁଡ଼ିକୁ ଏନଡିଆରଏଫ୍ ଟିମକୁ ପଠାଯାଇଛି । କଟକ ମୁଣ୍ଡୁଳି ଏନଡିଆରଏଫର ୩ୟ ବାଟାଲିୟନରୁ ଟିମ୍ ପଠାଇବା କାର୍ଯ୍ୟ ଆରମ୍ଭ କରାଯାଇଛି । କେଉଁ ଜିଲ୍ଲାକୁ କେତେ ଏନଡିଆରଏଫ୍ ଟିମ ପଠାଯିବ ସେ ନେଇ ସୂଚନା ଜାରି କରାଯାଇଛି । ଆସନ୍ତାକାଲି ଅପରାହ୍ଣ ସୁଦ୍ଧା ସମସ୍ତେ କାର୍ଯ୍ୟସ୍ଥଳରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି । ମୋଟି ୨୨ଟି ଟିମ ମଧ୍ୟରୁ ବାଲେଶ୍ୱରକୁ ୭ଟି, ଭଦ୍ରକକୁ ୪ଟି, କେନ୍ଦ୍ରାପଡ଼ାକୁ ୩ଟି, ଯାଜପୁରକୁ ୨ଟି, ଜଗତସିଂହପୁର ଓ ମୟୁରଭଞ୍ଜକୁ ଗୋଟିଏ ଲେଖାଏଁ ଟିମ୍ ପଠାଯିବାର ବ୍ୟବସ୍ଥା କରାଯାଇଥିବା ସୂଚନା ମିଳିଛି ।