BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପାରାଦୀପ ଓ ସାଗର ଦ୍ବୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା ୟାସ।

ଭୁବନେଶ୍ୱର,୨୩।୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଅବପାତରେ ପରିଣତ ହୋଇଛି। ଏହା ସୋମବାର ସକାଳ ସୁଦ୍ଧା ବାତ୍ୟା ‘ୟାସ’ରେ ପରିଣତ ହେବ। ପ୍ରାରମ୍ଭିକ ଆକଳନ ଅନୁଯାୟୀ ସାମୁଦ୍ରିକ ଝଡ଼ ୨୬ ତାରିଖ ସନ୍ଧ୍ୟାରେ ପାରାଦୀପ ଏବଂ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ। ଲ୍ୟାଣ୍ଡଫଲ ବେଳେ ପବନର ବେଗ ଘଣ୍ଟା ପ୍ରତି ୧୫୫ରୁ ୧୬୫ କି.ମି. ପରହିବ। ବେଳେ ବେଳେ ଏହା ୧୮୫ କିମି ପର୍ଯ୍ୟନ୍ତ ଯାଇପାରେ। ତେବେ ୨୪ ତାରିଖ ସନ୍ଧ୍ୟାରୁ ୪୦ରୁ ୫୦ କିମି ବେଗରେ ପବନ ବହିବ। ୨୫ରୁ ପବନର ବେଗ ବଢ଼ିବ। ବିଶେଷକରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।