BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ବାତ୍ୟା ୟାସର ପ୍ରଭାବରେ ପ୍ରଭାବିତ ହେବ ଏହିସବୁ ଜିଲ୍ଲା।

ଭୁବନେଶ୍ୱର,୨୩।୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବାତ୍ୟା ‘ୟାସ’ରେ ପରିଣତ ହେବାକୁ ଯାଉଛି। ଏହା ରବିବାର ଅବପାତରେ ପରିଣତ ହୋଇସାରିଛି। ସୋମବାର ସକାଳ ସୁଦ୍ଧା ଏହା ବାତ୍ୟା ଏବଂ ପରେ ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗ ଦେଇ ଗତିକରି ଆହୁରି ବଳ ଗୋଟାଇ ଭୟଙ୍କର ରୂପ ଧାରଣ କରିବ। ତେବେ ପୂର୍ବାନୁମାନ ଅନୁଯାୟୀ ବାତ୍ୟା ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିପାରେ। ଏଥିଯୋଗୁ ରାଜ୍ୟର ୫ ଜିଲା ଜଗତସିଂହପୁର, କେନ୍ଦ୍ରାପଡ଼ା,ଭଦ୍ରକ, ବାଲେଶ୍ୱର,ମୟୂରଭଞ୍ଜରେ ସର୍ବାଧିକ ପ୍ରଭାବ ପଡ଼ିବ। ପବନର ବେଗ ଅଧିକ ରହିବା ଯୋଗୁ ବଡ଼ ବଡ଼ ଗଛ ଉପୁଡ଼ିପାରେ। ଆଜବେଷ୍ଟସ୍‌ କଚ୍ଚା ଓ ଟିଣ ଘର ଭାଙ୍ଗିବାର ସମ୍ଭାବନା ରହିଛି। ଏଥିସହ ବିଦ୍ୟୁତ ଖୁଣ୍ଟ ଉପୁଡ଼ିବା ଯୋଗୁ କ୍ଷତି ଘଟାଇବ। ସେହିିଭଳି କଟକ, ଯାଜପୁରରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ଏହାଛଡ଼ା ଦକ୍ଷିଣ ଏବଂ କେନ୍ଦ୍ରୀୟ ଓଡ଼ିଶାରେ ୫୦ରୁ ୬୦ କି.ମି. ବେଗରେ ପବନ ବହିବା ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଭାବିତ ହେବାକୁ ଥିବା ଜିଲାକୁ ସତର୍କ ସୂଚନା ଜାରି କରାଯାଇଥିବା ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

ପ୍ରକାଶ ଥାଉ କି, ସାମୁଦ୍ରିକ ଝଡ଼ ୨୬ ତାରିଖ ସନ୍ଧ୍ୟାରେ ପାରାଦୀପ ଏବଂ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ। ଲ୍ୟାଣ୍ଡଫଲ ବେଳେ ପବନର ବେଗ ଘଣ୍ଟା ପ୍ରତି ୧୫୫ରୁ ୧୬୫ କି.ମି. ରହିବ। ବେଳେ ବେଳେ ଏହା ୧୮୫ କିମି ପର୍ଯ୍ୟନ୍ତ ଯାଇପାରେ। ତେବେ ୨୪ ତାରିଖ ସନ୍ଧ୍ୟାରୁ ୪୦ରୁ ୫୦ କିମି ବେଗରେ ପବନ ବହିବ। ୨୫ରୁ ପବନର ବେଗ ବଢ଼ିବ। ବିଶେଷକରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ।