BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବାତ୍ୟା ୟାସ ଭୟଙ୍କର ହେବାର ସମ୍ଭାବନା ଅଛି।

ଭୁବନେଶ୍ୱର,୧୯ା୫ (ବ୍ୟୁରୋ): ଉତ୍ତର ଆଣ୍ଡାମାନ ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟା ‘ୟାସ’ ଭୟଙ୍କର ହେବ। ଏହା ଓଡ଼ିଶା କିମ୍ବା ପଶ୍ଚିମବଙ୍ଗ ଉପକୂଳରେ ତାଣ୍ଡବ ରଚିପାରେ। ଯଦିଓ ବାତ୍ୟାର ଚିତ୍ର ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ, କିଛି ପାଣିପାଗ ମଡେଲ ପୂର୍ବାନୁମାନ କହୁଛି ୟାସ ବଳଶାଳୀ ହୋଇ ଉପକୂଳ ଧ୍ୱସ୍ତ କରିବ।

ସ୍ଥଳ ଭାଗ ଅତିକ୍ରମ କରିବା ବେଳେ ପବନର ବେଗ ଘଣ୍ଟା ପ୍ରତି ୧୨୦ରୁ ୧୫୦ କି.ମି ରହିବ ବୋଲି ଅନୁମାନ କରାଯାଇଛି। ଆସନ୍ତା ୨୨ ତାରିଖରେ ପୂର୍ବ କେନ୍ଦ୍ରୀୟ ବାଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ୭୨ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ସାମୁଦ୍ରିକ ଝଡରେ ପରିଣତ ହେବ। ବାତ୍ୟା ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ଦେଇ ଆସନ୍ତା ୨୬ ତାରିଖ ସନ୍ଧ୍ୟାରେ ସ୍ଥଳଭାଗ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବାତ୍ୟା ପ୍ରଭାବରେ ଆସନ୍ତା ୨୩ ତାରିଖରେ ଆଣ୍ଡାମାନ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟାକୁ ୪୫ରୁ ୫୫ କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି। ୨୪ ରୁ ୨୬ ତାରିଖ ମଧ୍ୟରେ ଏହା ବଳ ଗୋଟାଇ ଆହୁରି ଭୟଙ୍କର ଆକାର ଧାରଣ କରି ଉପକୂଳ ଆଡକୁ ମାଡିବ। ଏହାର ପ୍ରଭାବରେ ମେ’ ୨୫ ତାରିଖ ରାତିରୁ ଓଡ଼ିଶାର ଜଗତସିଂପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କଟକ, ବାଲେଶ୍ୱର, ଭୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ନିର୍ଦ୍ଦେଶକ ଏଚ୍‌.ଆର. ବିଶ୍ୱାସ କିହଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୨୩ ତାରିଖ ସୁଦ୍ଧା ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।