BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ବାହାନଗା ଅଧିକ କ୍ଷୟକ୍ଷତି।

ବାହାନଗା,୨୬।୫(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ବ୍ଲକର ଆରୁହାବାଡ଼ ପଞ୍ଚାୟତ ରୂପଖଣ୍ଡ ସମୁଦ୍ର କୂଳ ଦେଇ ୟାସ୍‌ ଅତିକ୍ରମ କରିବା ବେଳେ ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି କରିଛିି। କେତେକ ସ୍ଥାନରେ ଗଛ ପଡି କଚ୍ଚା ଘର ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି। ବାତ୍ୟା ପ୍ରଭାବରେ ବହୁ ବିଦ୍ୟୁତ ଖୁଣ୍ଟି ଭାଙ୍ଗି ଯାଇଥିବା ସହିତ ଗଛ ଉପୁଡ଼ି ରାସ୍ତା ଉପରେ ପଡିଛି। ତେବେ ଓଡ୍ରାଫ ଟିମ୍‌ ସହିତ ଦମକଳ ବାହିନୀ ପ୍ରମୁଖ ସଫେଇ କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ସୋର ବିଧାୟକ ପର୍ଶୁରାମ ଧଡା ସଦଳବଳ ବିଭିନ୍ନ ସ୍ଥାନରେ ପହଞ୍ଚି ରାସ୍ତା ସଫାକରିବା ସହିତ ବିଦ୍ୟୁତ ଖୁଣ୍ଟି ଉଠାଇବାରେ ସହଯୋଗ କରିଛନ୍ତି। ରୂପଖଣ୍ଡ ଗ୍ରାମର ଭାସ୍କର ଯେନା, ପାଗୁଲୁ ଯେନାଙ୍କ ଘର ଉପରେ ଗଛ ପଡି ଘର ଭାଙ୍ଗି ଯାଇଛି।