BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଭଦ୍ରକରେ ଗୋଷ୍ଠୀ ସଂଘର୍ଷ ପରେ ଯୁବକଙ୍କ ମୃତ୍ୟୁ: ୨୪ ଘଣ୍ଟିଆ ଇଣ୍ଟରନେଟ ସେବା ବନ୍ଦ, ୧୨ ଗିରଫ

ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭଦ୍ରକ: ଜିଲ୍ଲାର କଷଟି ଗାଁରେ ଗତ ମେ’ ୩୦ ତାରିଖରେ ଘଟିଥିବା ଗୋଷ୍ଠୀ ସଂଘର୍ଷରେ ଗୁରୁତର ଆହତ ହୋଇଥିବା ସନ୍ତୋଷ ପରିଡ଼ାଙ୍କ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ଏହାପରେ ପୋଲିସ ବଡ ପଦକ୍ଷେପ ସ୍ବରୂପ ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିଛି। ପରେ କୌଣସି ଅପ୍ରୀତିକର ପରିସ୍ଥିତି ପାଇଁ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି। ରାଜ୍ୟ ତଥା ରାଜ୍ୟ ବାହାରୁ ପୋଲିସ ଚଢାଉ ସହ ୧୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଅପରପକ୍ଷରେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଘଟଣା ପରେ ଅଞ୍ଚଳରେ ତୀବ୍ର ଉତ୍ତେଜନା ସୃଷ୍ଟି ହେବାରେ ଜିଲ୍ଲା ପ୍ରଶାସନ ଆଇନ ଶୃଙ୍ଖଳା ରକ୍ଷା ପାଇଁ ଭଦ୍ରକ ପୌରାଞ୍ଚଳ, ଭଦ୍ରକ ବ୍ଲକ, ଧାମନଗର ବ୍ଲକ ଓ ଏନଏସି ଅଞ୍ଚଳରେ ଇଣ୍ଟରନେଟ ସେବାକୁ ୨୪ ଘଣ୍ଟିଆ ବନ୍ଦ କରିଛି। ଏହା ୧୨ତାରିଖ ସକାଳ ୬ଟାରୁ ୧୩ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ବନ୍ଦ ରହିବ। ଗୋଷ୍ଠୀ ସଂଘର୍ଷରୁ ଯୁବକଙ୍କ ମୃତ୍ୟୁକୁ ନେଇ ଆଇନଶୃଙ୍ଖଳାକୁ ଆଖି ଆଗରେ ରଖି ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ଏବଂ ପ୍ରଶାସନ ୨୭ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରିଛି। ସେହିପରି କଷଟି, ଦେଉଳା ଓ ଜୟପୁରଠାରେ ମଧ୍ୟ ଅତିରିକ୍ତ ପୋଲିସ ନିୟୋଜନ ହୋଇଛି।

ପୋଲିସ ଏପର୍ଯ୍ୟନ୍ତ ଘଟଣା ସହ ଜଡିତ ମୁଖ୍ୟ ୨ ଅଭିଯୁକ୍ତଙ୍କ ସମେତ ୧୨ ଜଣଙ୍କୁ ଗିରଫ କରିଛି। ତେବେ ଅନ୍ୟ ଅଭିଯୁକ୍ତମାନେ ଫେରାର ଥିବାରୁ ସେମାନଙ୍କୁ ଧରିବା ପାଇଁ ଭଦ୍ରକ ପୁଲିସ ରାଜ୍ୟ ଓ ରାଜ୍ୟ ବାହାରେ ଅଭିଯାନ ଚଲାଇଛି।

ଏସପି ମନୋଜ ରାଉତ ନିଜେ ଘଟଣାସ୍ଥଳକୁ ଯାଇ ସ୍ଥିତିର ନିରୀକ୍ଷଣ କରିଛନ୍ତି। ସନ୍ତୋଷଙ୍କ ସ୍ତ୍ରୀ ମିନତୀ ବେହେରାଙ୍କ ତିହିଡ଼ି ଥାନାରେ ଦାଖଲ ଏତଲା ଆଧାରରେ ମୋକଦ୍ଦମା ରୁଜୁ କରାଯାଇଛି। ଏହି ଘଟଣା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ସନ୍ତୋଷ ପରିଡ଼ାଙ୍କ ପରିବାର ପାଇଁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ସୂଚନା ଅନୁଯାୟୀ, ଗତ ୩୦ ତାରିଖରେ ତିହିଡି ଵ୍ଲକ କଷଟିରେ ଦୁଇ ଗୋଷ୍ଠୀ ବିବାଦ ଯୋଗୁଁ ସ୍ଥାନୀୟ ଅଞ୍ଚଳର ସନ୍ତୋଷ ପରିଡା ନାମକ ଜଣେ ଯୁବକ ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ପରେ ସଙ୍କଟାପନ୍ନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଅପରାହ୍ନ ୨.୪୫ରେ ମୃତ୍ୟୁ ହୋଇଥିଲା। ପରେ ପୋଲିସ ବଡ ପଦକ୍ଷେପ ସ୍ବରୂପ ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିଛି। ସେହି ଅଞ୍ଚଳରେ କୌଣସି ଅପ୍ରୀତିକର ପରିସ୍ଥିତି ପାଇଁ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି।

ଏହି ଘଟଣାକୁ ନେଇ ଭଦ୍ରକ ଏସପି ମନୋଜ ରାଉତ କହିଛନ୍ତି ଯେ ଗତ ୩୦ ତାରିଖରେ ତିହିଡି ଥାନା ଅଞ୍ଚଳରେ ଘଟିଥିବା ଘଟଣାରେ ପୋଲିସ ବିଭିନ୍ନ ସ୍ଥାନରେ ଚଢାଇ କରି ମୁଖ୍ୟ ଅଭିଯୁକ୍ତ ସମେତ ୧୨ ଜଣଙ୍କୁ ଗିରଫ କରିଛି। ଏବେ ପର୍ଯ୍ୟନ୍ତ ରାଜ୍ୟ ତଥା ରାଜ୍ୟ ବାହାରୁ ୧୨ ଜଣ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ଖୁବ୍ ଶୀଘ୍ର ଅନ୍ୟ ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ସମ୍ପୃକ୍ତ ଅଞ୍ଚଳରେ ୨୭ ପ୍ଲାଟୁନ ପୋଲିସ ଫୋର୍ସ ସହ ୪୫ ଅଧିକାରୀ ନିୟୋଜିତ ଅଛନ୍ତି। ସୋସିଆଲ ମିଡ଼ିଆରେ ଗୁଜବ ପ୍ରଚାର କଲେ ଗୁଜବକାରୀଙ୍କ ବିରୋଧରେ ଆକ୍ସନ ନିଆଯିବ ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିବା ସହ ପରିବାର ମଧ୍ୟରୁ ଜଣକୁ ନିଯୁକ୍ତି ଦେବା ପାଇଁ ଘୋଷଣା କରିଛନ୍ତି। ଏଥିରେ ସମ୍ପୃକ୍ତ ଥିବା ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ବୋଲି ଏସପି ମନୋଜ ରାଉତ ପ୍ରକାଶ କରିଛନ୍ତି। ଶାନ୍ତି ବଜାୟ ରଖିବା ସହିତ ପୋଲିସକୁ ସହାୟତା କରନ୍ତୁ ବୋଲି ସେ ଆହ୍ୱାନ ଦେଇଛନ୍ତି।

 

ରିପୋର୍ଟ: ଶୁଭସ୍ମିତା ପ୍ରଧାନ